Covid19 Odisha Report: ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ଅନୁଗୋଳରୁ ସର୍ବାଧିକ

Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୨୧ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୮ ଜିଲ୍ଲାରୁ ୪୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୪ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୨୨ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ଵରରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୨ଜଣ, ଖୋର୍ଦ୍ଧାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ ୩ଜଣ ଏବଂ ସମ୍ବଲପୁରରୁ ୫ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୭ଲକ୍ଷ ୩୯ ହଜାର ୧୩୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୭୦୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୧୬୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୬୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: