Covid19 Odisha Report: ରାଜ୍ୟରୁ ଆଜି ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଓଡିଶାରେ କରୋନା ସଂକ୍ରମଣ (Coronavirus) ଗତକାଲି ଅପେକ୍ଷା ଆଜି କମିଛି। ଗତକାଲି ରାଜ୍ୟରୁ ୫୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୬ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୩ଜଣ, ବଲାଙ୍ଗୀରିରୁ ଜଣେ, ବୌଦରୁ ୨ଜଣ, କଟକରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୩ଜଣ, ଖୋର୍ଦ୍ଧାରୁ ୫ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୪ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୪ ଲକ୍ଷ ୫୧ ହଜାର ୧୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୪୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୮୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୩୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: