Covid19 Odisha Report: ଆଜି ୪୮ କୋଭିଡ ପଜିଟିଭ ଚିହ୍ନଟ, ସୁନ୍ଦରଗଡରୁ ସର୍ବାଧିକ

covid19_ODISHA1
Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୪୩ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୬ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୯ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୪ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୯ଜଣ, କଟକରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୩ଜଣ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡରୁ ୮ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୪ ଲକ୍ଷ ୯୪ ହଜାର ୩୯୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୪୬୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୮୭୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: