Covid19 Odisha Report: ଆଜି ୫୫ ଜଣ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଓଡିଶାରେ କରୋନା ସଂକ୍ରମଣ (Coronavirus) ଗତକାଲି ଅପେକ୍ଷା ଆଜି ପୁଣି ବଢିଛି। ଗତକାଲି ରାଜ୍ୟରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୦ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୨ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୩ଜଣ, ବଲାଙ୍ଗୀରିରୁ ୯ଜଣ, କଟକରୁ ୪ଜଣ, ଦେଓଗଡରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୫ଜଣ, ଖୋର୍ଦ୍ଧାରୁ ୬ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡରୁ ଜଣେ, ସମ୍ବଲପୁରରୁ ୬ଜଣ, ସୁନ୍ଦରଗଡରୁ ୮ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୪୦ଲକ୍ଷ ୬ ହଜାର ୧୩୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୩୭୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୭୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ଵସ୍ତି, ଏ ବର୍ଷ ବଢିବନି ବିଦ୍ୟୁତ୍ ଶୁଳକ: OERC

Share this: