Covid19 Odisha Report: ରାଜ୍ୟରୁ ଆଜି ୬୦ କୋଭିଡ ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: Odisha Covid-19 Report ଓଡିଶାରେ ଗତ କିଛିଦିନ ଧରି କରୋନା ସଂକ୍ରମଣ (Coronavirus) ଲଗାତାର ଭାବେ କମିବାରେ ଲାଗିଥିଲା। ଗତକାଲି ରାଜ୍ୟରୁ ୩୨ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ୧୬ ଜିଲ୍ଲାରୁ ୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୬ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୪ଜଣ, ବୌଦରୁ ୩ଜଣ, କଟକ ୩ଜଣ ଥିବାବେଳେ ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମରୁ ୩ଜଣ, ଯାଜପୁରରୁ ୫ଜଣ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୬ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୩ଜଣ, ନୟାଗଡ ଏବଂ ରାୟଗଡାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୯ଜଣ ଏବଂ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୩ ଲକ୍ଷ ୧୨ ହଜାର ୩୯୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୨୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୫୮୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୩୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।