Covid19 Odisha: ଗତ ୨୪ ଘଣ୍ଟାରେ ୪୭୦ କରୋନା ପଜିଟିଭ ଚିହ୍ନଟ, କେବଳ ଖୋର୍ଦ୍ଧାରୁ ୨୨୧

Share this:

ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାରେ କରୋନା ସଂକ୍ରମଣ (Coronavirus) ତୀବ୍ରଗତିରେ ବଢୁଛି। ଯାହାକି ଚିନ୍ତାଜନକ। ଗତକାଲି ରାଜ୍ୟରୁ ୪୨୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ରେକର୍ଡ ସଂଖ୍ୟକ ୪୭୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୯୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ରେକର୍ଡ ୨୨୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୯ଜଣ, ଭଦ୍ରକରୁ ଜଣେ, କଟକରୁ ୯୪ଜଣ ଚିହ୍ନଟ ହୋଇଥିବାବେଳେ ଗଜପତିରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂପୁରରୁ ୭ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ଜଣେ, କେନ୍ଦ୍ରାପଡାରୁ ୨ଜଣ, କେଉଁଝରରୁ ୩ଜଣ, ମୟୁରଭଞ୍ଜରୁ ୭ଜଣ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୨୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୭ହଜାର ୭୯୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୨ ହଜାର ୪୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୧୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୭୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪୮୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *