Covid19 Odisha Report: ଓଡିଶାରୁ ଆଜି ୩୮ ଜଣ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଓଡିଶାରେ କରୋନା ସଂକ୍ରମଣ (Coronavirus) ଆଜି ପୁଣି କମିଛି। ଗତକାଲି ରାଜ୍ୟରୁ ୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୯ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୩ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୨ଜଣ, ବରଗଡ଼ ଏବଂ ବୌଦରୁ ଜଣେ ଲେଖାଏଁ ଥିବାବେଳେ ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ଜଣେ, କେନ୍ଦ୍ରାପଡାରୁ ୨ଜଣ, ଖୋର୍ଦ୍ଧାରୁ ୬ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୪ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୩ ଲକ୍ଷ ୫୩ ହଜାର ୫୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୩୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୬୭୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୭୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: