Covid19 Odisha Report: ଆଜି ରାଜ୍ୟରୁ ମାତ୍ର ୫ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୩୬ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ଜଣେ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ, ବଲାଙ୍ଗୀରିରୁ ଜଣେ ଥିବାବେଳେ ଯାଜପୁରରୁ ୨ଜଣ ଏବଂ ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ଆଜି ୧୯ ଜିଲାରେ ଆଦୌ ସଂକ୍ରମଣ ହୋଇନାହିଁ। ସେପଟେ କୋରାପୁଟ, ନୟାଗଡ଼ ଓ କେନ୍ଦୁଝର ଜିଲା ଏବେ କରୋନାମୁକ୍ତ ହୋଇଥିବା ରାଜ୍ୟ କୋଭିଡ୍‌ ଡ୍ୟାସ୍‌ବୋର୍ଡର ତଥ୍ୟରୁ ଜଣାପଡ଼ିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୭ଲକ୍ଷ ୮୫ହଜାର ୨୨୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୭୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୨୭୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: