Covid19 Odisha Today: ଓଡ଼ିଶାରେ କମ୍ ହେଉନି କରୋନା ସଂକ୍ରମଣ, ଆଜି ୧୧୯୬ ଚିହ୍ନଟ

Share this:

ଭୁବନେଶ୍ଵର: Covid19 Odisha today ଓଡ଼ିଶାରେ କମୁନି କୋଭିଡ ସଂକ୍ରମଣ (Covid-19)। ରାଜ୍ୟରେ ବଢିବଢି ଚାଲିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୧୧୨୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ୧୧୯୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୬୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୯୭ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୧୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୪ଜଣ, ବାଲେଶ୍ଵରରୁ ୧୯ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୧୨ଜଣ, ବଲାଙ୍ଗୀରିରୁ ୧୫ଜଣ, ବୌଦରୁ ୧୬ଜଣ, କଟକରୁ ୧୦୯ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୧୫ଜଣ, ଯାଜପୁରରୁ ୨୮ଜଣ, ଝାରସୁଗୁଡାରୁ ୩୩ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କୋରାପୁଟରୁ ୯ଜଣ, ମୟୁରଭଞ୍ଜରୁ ୧୦୨ଜଣ, ନବରଙ୍ଗପୁରରୁ ୧୨ଜଣ, ନୟାଗଡରୁ ୩୬ଜଣ, ପୁରୀରୁ ୨୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୯ଜଣ, ସମ୍ବଲପୁରରୁ ୭୦ଜଣ, ସୋନପୁରରୁ ୫୨ଜଣ, ସୁନ୍ଦରଗଡରୁ ୧୭୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୭୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୪ଲକ୍ଷ ୩୩ହଜାର ୯୨୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩ହଜାର ୧୯୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୦୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୬ହଜାର ୯୧୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦୯୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *