Covid19 Odisha Today: ଆଜି ଓଡିଶାରୁ ୧୧୭୮ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid19 Odisha today ଗତକାଲି ରାଜ୍ୟରୁ ୧୧୯୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୧୧୭୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୪୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୮୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩ଜଣ, ବାଲେଶ୍ଵରରୁ ୧୮ଜଣ, ବରଗଡ଼ରୁ ୩୧ଜଣ, ଭଦ୍ରକରୁ ୧୦ଜଣ, ବଲାଙ୍ଗୀରିରୁ ୧୧ଜଣ, ବୌଦରୁ ୧୯ଜଣ, କଟକରୁ ୧୦୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୧୦ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୩୪ଜଣ, ଝାରସୁଗୁଡାରୁ ୧୭ଜଣ, କଳାହାଣ୍ଡିରୁ ୩୨ଜଣ, କନ୍ଧମାଳରୁ ୧୩ଜଣ, କେନ୍ଦ୍ରାପଡ଼ାରୁ ୧୩ଜଣ, କେଉଁଝରରୁ ୧୨ଜଣ, କୋରାପୁଟରୁ ୧୩ଜଣ, ମୟୁରଭଞ୍ଜରୁ ୯୭ଜଣ, ନବରଙ୍ଗପୁରରୁ ୯ଜଣ, ନୟାଗଡରୁ ୩୦ଜଣ, ପୁରୀରୁ ୨୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୨୩ଜଣ, ସମ୍ବଲପୁରରୁ ୧୧୧ଜଣ, ସୋନପୁରରୁ ୧୮ଜଣ, ସୁନ୍ଦରଗଡରୁ ୧୯୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫୭ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୪ଲକ୍ଷ ୫୬ହଜାର ୭୯୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୪ହଜାର ୩୬୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୨୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୭ ହଜାର ୯୪୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୨୪୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *