Covid19 Odisha Today: ବଢିଲା ସଂକ୍ରମଣ, ଆଜି ରାଜ୍ୟରୁ ୭୪୩ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: Covid19 Odisha today ଓଡ଼ିଶାରେ ଆଜି କରୋନା ସଂକ୍ରମଣ (Odisha covid19) ବିସ୍ପୋରଣ ହୋଇଛି। ଆଜି ଦୈନିକ ସଂକ୍ରମଣ ୭୦୦ ଉପରେ ଅଛି। ଗତକାଲି ରାଜ୍ୟରୁ ୫୦୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି ରାଜ୍ୟକୁ ଚିନ୍ତାଜନକ ପରିସ୍ଥିତି ଆଡକୁ ନେଉଛି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୮୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୦୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୨ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୮ଜଣ, ବଲାଙ୍ଗୀରିରୁ ୪ଜଣ, ବୌଦରୁ ୮ଜଣ, କଟକରୁ ୧୧୫ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୮ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୧୧ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୫ଜଣ, କୋରାପୁଟରୁ ୧୦ଜଣ, ମୟୁରଭଞ୍ଜରୁ ୧୬ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡରୁ ୧୧ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୩୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୭ଜଣ, ସୁନ୍ଦରଗଡରୁ ୬୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୨ ଲକ୍ଷ ୭୬ହଜାର ୨୨୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୫ ହଜାର ୩୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୦୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୨ହଜାର ୨୭୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୮୭୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *