Covid19 Odisha Today: ଆଜି ଓଡିଶାରୁ କମିଛି କରୋନା ସଂକ୍ରମଣ, ୮୭୨ ଚିହ୍ନଟ

Share this:

ଭୁବନେଶ୍ଵର: Covid19 Odisha today ରାଜ୍ୟରେ କରୋନା ଆକ୍ରାନ୍ତଙ୍କ (Odisha Coronavirus) ସଂଖ୍ୟା ଲଗାତାର ଭାବେ ବଢୁଥିଲା। ହେଲେ ଆଜି କମିଛି ସଂକ୍ରମିତଙ୍କ ସଂଖ୍ୟା। ଗତକାଲି ରାଜ୍ୟରୁ ୧୦୬୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୮୭୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୬୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୮୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୪ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୯ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରିରୁ ୭ଜଣ, ବୌଦରୁ ୧୧ଜଣ, କଟକରୁ ୯୬ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ଜଣ, ଗଞ୍ଜାମରୁ ୮ଜଣ, ଜଗତସିଂପୁରରୁ ୧୬ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡାରୁ ୧୨ଜଣ, କଳାହାଣ୍ଡିରୁ ୫ଜଣ, କନ୍ଧମାଳରୁ ୫ଜଣ, କେଉଁଝରରୁ ଜଣେ, କୋରାପୁଟରୁ ୧୨ଜଣ, ମୟୁରଭଞ୍ଜରୁ ୫୯ଜଣ, ନୟାଗଡରୁ ୧୯ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୬ଜଣ, ସମ୍ବଲପୁରରୁ ୨୩ଜଣ, ସୋନପୁରରୁ ୨୬ଜଣ, ସୁନ୍ଦରଗଡରୁ ୧୪୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬୧ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୩ଲକ୍ଷ ୫୩ହଜାର ୫୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୯ ହଜାର ୧୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୪ ହଜାର ୨୩୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୬୯୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

advertisement_mahimalive
Share this:

Leave a Reply

Your email address will not be published. Required fields are marked *