Covid19 Odisha: ଆଜି ଓଡିଶାର ୧୧ ଜିଲ୍ଲାରୁ ୨୨ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ କରୋନା ସଂକ୍ରମଣ (Coronavirus) ଭୟ ରହିଛି। ଗତକାଲି ରାଜ୍ୟରୁ ୨୮ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ଶୁକ୍ରବାର ୧୧ ଜିଲ୍ଲାରୁ ୨୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୪ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର ଏବଂ ଭଦ୍ରକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ, ବଲାଙ୍ଗୀରିରୁ ୨ଜଣ, କଟକରୁ ୪ଜଣ, ଗଜପତି ଏବଂ ଯାଜପୁରରୁ ଜଣେ ଲେଖାଏଁ, ଖୋର୍ଦ୍ଧାରୁ ୪ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସୋନପୁର, ସୁନ୍ଦରଗଡରୁ ଏବଂ ଷ୍ଟେଟ୍ ପୁଲରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୮ଲକ୍ଷ ୬୫ ହଜାର ୧୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୮୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୪୪୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Digital University: ସ୍ଥାପନ ହେବ ଡିଜିଟାଲ୍ ବିଶ୍ୱବିଦ୍ୟାଳୟ, ଘରେ ପଢି ପାଇବେ ଡିଗ୍ରୀ

Share this: