Covid19 Odisha Today: ରାଜ୍ୟରେ କମୁନି କରୋନା ସଂକ୍ରମଣ, ଆଜି ୧୦୬୫ ଚିହ୍ନଟ
ଭୁବନେଶ୍ଵର: Covid19 Odisha today ରାଜ୍ୟରେ କରୋନା ଆକ୍ରାନ୍ତଙ୍କ (Odisha Coronavirus) ସଂଖ୍ୟା ଲଗାତାର ଭାବେ ବଢୁଛି। ଗତକାଲି ରାଜ୍ୟରୁ ୧୦୪୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୧୦୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୬୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୪୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୧୪ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରିରୁ ୮ଜଣ, ବୌଦରୁ ଜଣେ, କଟକରୁ ୧୩୫ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୫ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ୨୧ଜଣ, ଯାଜପୁରରୁ ୨୧ଜଣ, ଝାରସୁଗୁଡାରୁ ୧୮ଜଣ, କଳାହାଣ୍ଡିରୁ ୧୪ଜଣ, କନ୍ଧମାଳରୁ ୬ଜଣ, କେଉଁଝରରୁ ୪ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୫୨ଜଣ, ନୟାଗଡରୁ ୧୮ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୪୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୩ଜଣ, ସମ୍ବଲପୁରରୁ ୫୮ଜଣ, ସୋନପୁରରୁ ୩୧ଜଣ, ସୁନ୍ଦରଗଡରୁ ୧୧୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୭୬ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୩ଲକ୍ଷ ୩୩ ହଜାର ୬୪୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୮ ହଜାର ୨୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୩ହଜାର ୬୮୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୩୭୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।