Covid19 Odisha Updates: ଆଜି ଓଡ଼ିଶାରୁ ୧୦୪ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates News  ଓଡିଶାରୁ ଆଜି ୨୧ ଜିଲ୍ଲାରୁ ୧୦୪ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୪ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୧ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୧୫ଜଣ, ବଲାଙ୍ଗୀରିରୁ ୫ଜଣ, ବୌଦରୁ ଜଣେ, କଟକରୁ ୨ଜଣ, ଦେଓଗଡରୁ ଜଣେ, ଗଜପତି ଜିଲ୍ଲାରୁ ୧୩ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୭ଜଣ, ଖୋର୍ଦ୍ଧାରୁ ୧୦ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୩ଜଣ, ନବରଂଗପୁରରୁ ୨ଜଣ, ନୟାଗଡରୁ ଜଣେ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୬ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୭ ଲକ୍ଷ ୮୪ହଜାର ୭୮୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୬ ହଜାର ୪୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୬ ହଜାର ୨୮୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୧୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Assembly Election Results: ପାଞ୍ଚ ରାଜ୍ୟରୁ ୪ ରେ BJP ସରକାର, ୟୁପିରେ ଯୋଗୀଙ୍କ ରେକର୍ଡ  

Share this: