Covid19 Odisha Updates: ଆଜି ୨୧ ଜିଲ୍ଲାରୁ ଆଉ ୧୦୮ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates News  ଓଡିଶାରୁ ଆଜି ୨୧ ଜିଲ୍ଲାରୁ ୧୦୮ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୬ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୨ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୋଳ ଜିଲ୍ଲାରୁ ୪ଜଣ କରୋନା ଚିହ୍ନଟ ହୋଇଥିବା ବେଳେ ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨ଜଣ, କଟକରୁ ୨ଜଣ, ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମରୁ ୧୫ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୮ଜଣ, ଝାରସୁଗୁଡାରୁ ୧୧ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡାରୁ ୭ଜଣ, ଖୋର୍ଦ୍ଧାରୁ ୬ଜଣ, କୋରପୁଟରୁ ୫ଜଣ, ମୟୁରଭଞ୍ଜରୁ ୬ଜଣ, ସମ୍ବଲପୁରରୁ ୫ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୮ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୬ ଲକ୍ଷ ୪୦ ହଜାର ୭୬୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୬ ହଜାର ୧୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୨୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୫ ହଜାର ୭୬୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୧୯୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | ଆସିଲା Shane Warne ଙ୍କ ମୃତ୍ୟୁ ପଛର କାରଣ, ଜାଣି ଆପଣ ହୋଇଯିବେ ଆଶ୍ଚର୍ଯ୍ୟ

Share this: