Covid19 Odisha Updates: ଆଜି ୨୧ଜିଲ୍ଲାରୁ ୧୩୮ କରୋନା ପଜିଟିଭ ଚିହ୍ନଟ

corona bio
Share this:

ଭୁବନେଶ୍ଵର: Odisha Covid-19 Updates News  ଓଡିଶାରୁ ଆଜି ୨୧ ଜିଲ୍ଲାରୁ ୧୩୮ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୩୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୮ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୬ଜଣ, ବଲାଙ୍ଗୀରିରୁ ୩ଜଣ, ବୌଦରୁ ଜଣେ, କଟକରୁ ୫ଜଣ, ଦେବଗଡରୁ ୫ଜଣ,ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡାରୁ ୧୩ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୭ଜଣ, କୋରପୁଟରୁ ୩ଜଣ, ମୟୁରଭଞ୍ଜରୁ ୧୧ଜଣ, ନବରଙ୍ଗପୁରୁ ୩ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୨ଜଣ, ସୁନ୍ଦରଗଡରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୪ ଲକ୍ଷ ୨ ହଜାର ୪୧୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୫ ହଜାର ୪୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୭୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୪ ହଜାର ୪୨୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୯୨୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | LPG Cylinder New Price: ବଢିଲା ଗ୍ୟାସ୍ ଦର, ବ୍ୟବସାୟିକ ସିଲିଣ୍ଡର ପିଛା ୧୦୫ ଟଙ୍କା ବୃଦ୍ଧି

Share this: