Covid19 Odisha Updates: ଆଜି ଓଡ଼ିଶାରେ ୪୦ କରୋନା ପଜିଟିଭ ଚିହ୍ନଟ

orissa-corona
Share this:

ଭୁବନେଶ୍ଵର: Odisha Covid-19 Updates News ଆଜି ଓଡିଶାର ୧୨ ଜିଲ୍ଲାରୁ୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୮ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୪ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ଵର ଏବଂ ବରଗଡ଼ରୁ ଜଣେ ଲେଖାଏଁ ଥିବାବେଳେ ବୌଦରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୭ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୪ଜଣ, କୋରାପୁଟରୁ ୬ଜଣ, ମୟୁରଭଞ୍ଜରୁ ୪ଜଣ, ସମ୍ବଲପୁରରୁ ଜଣେ, ଏବଂ ଷ୍ଟେଟ୍ ପୁଲରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୨ ଲକ୍ଷ ୨୨ ହଜାର ୩୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୧୯୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୪୨୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୦୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: