Covid19 Odisha Updates: ଓଡ଼ିଶାରେ କମୁଛି କରୋନା ସଂକ୍ରମଣ, ଆଜି ୧୬ ଜିଲ୍ଲାରୁ ୪୫ ଚିହ୍ନଟ

corona
Share this:

ଭୁବନେଶ୍ଵର: Odisha Covid-19 Updates News ଓଡ଼ିଶାରେ ଦିନକୁଦିନ କମୁଛି କରୋନା (Coronavirus) ସଂକ୍ରମଣ। ଆଜି ସଂକ୍ରମିତଙ୍କ ସଂଖ୍ୟା ୫୦ ତଳକୁ ଖସିଛି। ରାଜ୍ୟରୁ ୧୬ ଜିଲ୍ଲାରୁ୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୮ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୭ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ଵରରୁ ୪ଜଣ, କଟକରୁ ୨ଜଣ,ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମରୁ ୧୧ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ଜଣେ, କେନ୍ଦ୍ରାପଡାରୁ ୬ଜଣ, ଖୋର୍ଦ୍ଧାରୁ ଜଣେ, କୋରାପୁଟରୁ ୩ଜଣ ଥିବାବେଳେ ମୟୁରଭଞ୍ଜ, ନବରଂଗପୁର ନୟାଗଡ, ରାୟଗଡା, ସମ୍ବଲପୁରରୁ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧ଲକ୍ଷ ୮୯ ହଜାର ୧୩୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୧୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୩୫୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୨୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Weather Report Odisha: ଆସନ୍ତା ୨୧ରୁ ବର୍ଷା, ମିଳିବ ତାତିରୁ ମୁକ୍ତି

Share this: