Covid19 Odisha Updates: ଓଡ଼ିଶାରେ ଆଜି ୨୨ ଜିଲ୍ଲାରୁ ୬୮ କରୋନା ସଂକ୍ରମିତ ଚିହ୍ନଟ

coronavirus-odisha
Share this:

ଭୁବନେଶ୍ଵର: Odisha Covid-19 Updates News  ଆଜି ଓଡିଶାରେ ୨୨ ଜିଲ୍ଲାରୁ ୬୮ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୧ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୋଳରୁ୪ଜଣ, ବାଲେଶ୍ଵରରୁ ୩ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ଜଣେ, କଟକରୁ ୪ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୪ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨ଜଣ, ନବରଂଗପୁରରୁ ଜଣେ, ନୟାଗଡରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୯ ଲକ୍ଷ ୧୯ ହଜାର ୩୩୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୬ ହଜାର ୬୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୬ ହଜାର ୬୭୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: