Covid19 Odisha Updates: ଆଜି ଓଡ଼ିଶାରେ ୧୭ ଜିଲ୍ଲାରୁ ୭୨ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates News ଆଜି ରାଜ୍ୟରୁ ୧୭ ଜିଲ୍ଲାରୁ ୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୫ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୨ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର, ଭଦ୍ରକ ଏବଂ ବରଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରିରୁ ୪ଜଣ, ବୌଦରୁ ଜଣେ, କଟକରୁ ୨ଜଣ,ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମରୁ ୧୭ଜଣ, ଯାଜପୁରରୁ ୪ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୯ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୩ଜଣ, ନୟାଗଡରୁ ୩ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡରୁ ୭ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧ଲକ୍ଷ ୫୦ ହଜାର ୬୩୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୧୦୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୨୭୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୬୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | The kashmir files review: ଦ କାଶ୍ମୀର ଫାଇଲ୍ସ ବକ୍ସଅଫିସରେ ହିଟ, ଅନେକ ରାଜ୍ୟରେ ଟ୍ୟାକ୍ସ ଫ୍ରି

Share this: