Covid19 Odisha Updates: ରାଜ୍ୟରୁ ଆଜି ୮୦ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates News  ଆଜି ଓଡିଶାରେ ୧୯ ଜିଲ୍ଲାରୁ ୮୦ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୫ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରିରୁ ୪ଜଣ, ବୌଦରୁ ୨ଜଣ, କଟକରୁ ୩ଜଣ, ଦେବଗଡରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ 8ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୭ଜଣ, ନବରଂଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୧୩ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୧ ହଜାର ୪୦୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୬ ହଜାର ୮୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୬ ହଜାର ୯୩୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୫୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Covid vaccine for age group 12 to 14: ମାର୍ଚ୍ଚ ୧୬ରୁ ୧୨ରୁ ୧୪ ବର୍ଷର ପିଲାମାନଙ୍କୁ କରୋନା ଟିକା

Share this: