Covid19 Odisha Updates: ରାଜ୍ୟରେ ଆଜି ୮୬ କୋଭିଡ ସଂକ୍ରମିତ ଚିହ୍ନଟ

corona-ODISHA21
Share this:

ଭୁବନେଶ୍ଵର: Odisha Covid-19 Updates News  ଆଜି ଓଡିଶାରେ ୧୯ ଜିଲ୍ଲାରୁ ୮୬ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୦ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୪ଜଣ, ବଲାଙ୍ଗୀରିରୁ ୬ଜଣ, ବୌଦରୁ ଜଣେ, କଟକରୁ ୫ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡାରୁ ଜଣେ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡାରୁ ୪ଜଣ, ଖୋର୍ଦ୍ଧାରୁ ୨ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୬ଜଣ, ନବରଂଗପୁରରୁ ୬ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୫ଜଣ, ସୁନ୍ଦରଗଡରୁ ୧୪ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୮ ଲକ୍ଷ ୭୫ ହଜାର ୯୨୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୬ ହଜାର ୬୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୬୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୬ ହଜାର ୫୬୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୯୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: