Covid19 Odisha Updates: ଆଜି ଓଡ଼ିଶାରେ ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ

Share this:

ଭୁବନେଶ୍ଵର:ଆଜି ୨୩ ଜିଲ୍ଲାରୁ ୨୩୪ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ ୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୫ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୩୩ଜଣ କରୋନା ସଂକ୍ରମିତ ନୂଆପଡ଼ାରୁ  ଚିହ୍ନଟ ହୋଇଛନ୍ତି। ସେହିପରି ଅନଗୁଳରୁ ୩ଜଣ, ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ୨୪ଜଣ, ଭଦ୍ରକରୁ ୮ଜଣ, ବଲାଙ୍ଗରିରୁ ୧୫ ଜଣ, କଟକରୁ ୨୯ଜଣ, ଢେଙ୍କାନାଳରୁ ଜଣେ, ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ୨ଜଣ,ଜଗତସିଂପୁରରୁ ୬ ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୭ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୩୨ଜଣ, ମୟୁରଭଞ୍ଜରୁ ୫ଜଣ, ନୟାଗଡରୁ ଜଣେ, ପୂରୀରୁ ୬ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡରୁ ୧୫ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୭ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୯ ଲକ୍ଷ ୨୦ହଜାର ୪୭୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩୯ହଜାର ୬୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୨ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୬ ହଜାର ୪୦୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୧୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Water Supply: ପାନୀୟ ଜଳଯୋଗାଣରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Share this: