Covid19 Odisha Updates: ଗତକାଲି ଓଡ଼ିଶାରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଶନିବାର ଦିନ ୨୧ ଜିଲ୍ଲାରୁ ୨୧୦ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ ୧୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୬ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୫୬ ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି ଅନଗୁଳରୁ ୭ ଜଣ, ବାଲେଶ୍ଵରରୁ ୬ଜଣ, ବରଗଡ଼ରୁ ୮ଜଣ, ବଲାଙ୍ଗରିରୁ ୧୨ଜଣ, କଟକରୁ ୧୯ଜଣ, ଢେଙ୍କାନାଳରୁ ଜଣେ, ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ୩ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, କେଉଁଝରରୁ ଜଣେ, ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୨୩ ଜଣ, ପୂରୀରୁ ୫ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡରୁ ୧୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୨ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୯ ଲକ୍ଷ ୪୯ହଜାର ୫୯୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩୯ହଜାର ୯୦୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୩ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୬ ହଜାର ୪୮୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୪୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Odisha electricity unit price: ଓଡ଼ିଶା ସରକାର ବୃଦ୍ଧି କଲେ ବିଦ୍ୟୁତ୍‍ ଦର, ଏପ୍ରିଲ୍‍ ୪ରୁ ନୂଆ ଦର ଲାଗୁ

Share this: