Covid19 Odisha Updates: ଆଜି ଓଡ଼ିଶାରେ ୨୧୮ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଆଜି ୨୪ ଜିଲ୍ଲାରୁ ୨୧୮ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ ୧୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୩୪ ଜଣ କରୋନା ସଂକ୍ରମିତ ବରଗଡ଼ରୁ ଚିହ୍ନଟ ହୋଇଛନ୍ତି। ସେହିପରି ଅନଗୁଳରୁ ୧୨ଜଣ, ବାଲେଶ୍ଵରରୁ ୬ଜଣ, ବଲାଙ୍ଗରିରୁ ୯ଜଣ, କଟକରୁ ୧୬ଜଣ, ଢେଙ୍କାନାଳରୁ ୩ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ୧୩ଜଣ, କନ୍ଧମାଳରୁ ଜଣେ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୨୫ ଜଣ, ମୟୁରଭଞ୍ଜରୁ ୫ଜଣ, ନବରଙ୍ଗପୁରରୁ ୬ଜଣ, ନୂଆପଡ଼ାରୁ ୨୯ଜଣ, ପୁରୀରୁ ୨ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧ଜଣ, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୨୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୯୦ ଲକ୍ଷ ୨୩ ହଜାର ୯୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୪୦ହଜାର ୬୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୮ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୬ ୮୦୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Odisha electricity unit price: ଓଡ଼ିଶା ସରକାର ବୃଦ୍ଧି କଲେ ବିଦ୍ୟୁତ୍‍ ଦର, ଏପ୍ରିଲ୍‍ ୪ରୁ ନୂଆ ଦର ଲାଗୁ

Share this: