Covid19 Odisha Updates: ଗତକାଲି ଓଡ଼ିଶାରେ ୩୯୪ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର:ଓଡ଼ିଶାରେ କରୋନା (Corona Virus) ର ଦ୍ଵିତୀୟ ଲହର ଫେରି ସ୍ଥିତି ବିଗାଡିବାରେ ଲାଗିଛି। ଛତିଶଗଡ଼ ସୀମାନ୍ତ ଜିଲ୍ଲାଗୁଡିକରେ ଦିନ କୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଗତକାଲି ୨୫ ଜିଲ୍ଲାରୁ ୩୯୪ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ସର୍ବାଧିକ ୭୦ ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି ଅନଗୁଳରୁ ୨୪ଜଣ, ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୩୪ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗରିରୁ ୧୦ଜଣ, କଟକରୁ ୨୭ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, କେଉଁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ଜଣ, ପୁରୀରୁ ୧୨ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୩୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୯୦ ଲକ୍ଷ ୭୩ ହଜାର ୨୩୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୪୧ ହଜାର ୩୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୬୧ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୭ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨୪୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read |Water Supply: ପାନୀୟ ଜଳଯୋଗାଣରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Share this: