Covid19 Odisha Updates: ଆଜି ଓଡ଼ିଶାରେ ୪୬୧ କରୋନା ପଜିଟିଭ ଚିହ୍ନଟ, ମୋଟ ୨୫୮୬ ସଂକ୍ରମିତ

Share this:

ଭୁବନେଶ୍ଵର:ରାଜ୍ୟରୁ ଆଜି ୨୪ ଜିଲ୍ଲାରୁ ୪୬୧ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୮୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ନୂଆପଡ଼ାରୁ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନଗୁଳରୁ ୨୭ଜଣ, ବାଲେଶ୍ଵରରୁ ୧୬ଜଣ, ବରଗଡ଼ରୁ ୩୨ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗରିରୁ ୩ଜଣ, କଟକରୁ ୨୨ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୧୩ ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡାରୁ ୧୩ଜଣ, କଳାହାଣ୍ଡିରୁ ୩୬ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୬୯ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୯ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୯ଜଣ, ରାୟଗଡାରୁ ୭ଜଣ, ସମ୍ବଲପୁରରୁ ୧୬ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୬୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୯୧ ଲକ୍ଷ ୩ ହଜାର ୯୪୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୪୧ ହଜାର ୭୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨୧ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୭ ହଜାର ୨୧୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫୮୬  ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: