Covid19 Odisha Updates: ୨୨ ଜିଲ୍ଲାରୁ ଆଜି ଆଉ ୧୪୫ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates News  ଓଡିଶାରୁ ଆଜି ୨୨ ଜିଲ୍ଲାରୁ ୧୪୫ ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୩୭ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮୪ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୋଳ ଜିଲ୍ଲାରୁ ୫ଜଣ, ବାଲେଶ୍ଵରରୁ ୧୨ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ୪ଜଣ, କଟକରୁ ୪ଜଣ, ଦେଓଗଡରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୮ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ, ଖୋର୍ଦ୍ଧାରୁ ୨୫ଜଣ, କୋରପୁଟରୁ ୨ଜଣ, ମୟୁରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୪ଜଣ, ନୂଆପଡ଼ାରୁ ୨ଜଣ, ସମ୍ବଲପୁରରୁ ୧୭ଜଣ, ସୁନ୍ଦରଗଡରୁ ୧୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୫ଲକ୍ଷ ୧ ହଜାର ୪୮୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୫ ହଜାର ୭୬୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୬୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୫ ହଜାର ୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୫୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | New advisory for Indian in Ukraine: ୟୁକ୍ରେନରେ ଥିବା ଭାରତୀୟ ନାଗରିକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ମାର୍ଗଦର୍ଶିକା ଜାରି

Share this: