Covid-19 Odisha Updates: ରାଜ୍ୟରେ ଆଜି ୧୫ଜିଲ୍ଲାରୁ ୫୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ଆଶାଜନକ ଭାବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ରାଜ୍ୟରୁ ଆଜି ୧୫ଜିଲ୍ଲାରୁ ୫୪ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୭ଜଣ, ଭଦ୍ରକ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ, କଟକରୁ ୩ ଜଣ, ଦେଓଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୨ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜରୁ ୩ଜଣ, ପୁରୀରୁ ୨ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୦ଜଣ, ସୁନ୍ଦରଗଡରୁ ୭ଜଣ, ସୋନପୁରରୁ ଜଣେ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୪ଲକ୍ଷ ୫୧ହଜାର ୩୯୩ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୭ହଜାର ୬୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୪ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୪ ହଜାର ୯୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read |Social Media: ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କଲେ ୫ ବର୍ଷ ଜେଲ, ସତ୍ୟତା ଜାଣନ୍ତୁ

Share this: