Covid-19 Odisha Updates: ରାଜ୍ୟରେ ୧୩ଜିଲ୍ଲାରୁ ୬୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଆଜି ୧୩ଜିଲ୍ଲାରୁ ୬୫ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳରୁ ୪ଜଣ, ବାଲେଶ୍ଵରରୁ ୫ଜଣ, ବଲାଙ୍ଗୀରିରୁ ୩ଜଣ,କଟକରୁ ୫ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜରୁ ୧୯ ଜଣ, ନୂଆପଡ଼ାରୁ ଜଣେ, ସୁନ୍ଦରଗଡରୁ ୧୫ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୬ଲକ୍ଷ ୬୧ହଜାର ୭୩୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୮ହଜାର ୩୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୦ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫  ହଜାର ୭୩୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୨୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

Share this: