Covid-19 Odisha Updates: ରାଜ୍ୟରେ ୧୭ଜିଲ୍ଲାରୁ ୮୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, କେବଳ କଟକରୁ ୨୫

Share this:

ଭୁବନେଶ୍ଵର: ପୁଣି ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ୧୭ଜିଲ୍ଲାରୁ ୮୪ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳ (Angul) ରୁ ୪ଜଣ, ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୯ଜଣ, ଭଦ୍ରକରୁ ଜଣେ, କଟକରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୫ଜଣ, କଳାହାଣ୍ଡିରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୩ଜଣ,ନବରଙ୍ଗପୁରରୁ ଜଣେ,ପୁରୀରୁ ୩ ଜଣ, ରାୟଗଡାରୁ ୫ଜଣ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୧୦ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୭ଲକ୍ଷ ୧୨ହଜାର ୧୧୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୮ହଜାର ୪୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୧ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫  ହଜାର ୮୫୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୬୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read | Working Hours In India: ବର୍ତ୍ତମାନ ସପ୍ତାହକୁ ହେବ କେତେଦିନ କାର୍ଯ୍ୟଦିବସ, କର୍ମଚାରୀଙ୍କ କାର୍ଯ୍ୟ କରିବାର ସମୟରେ ବଡ ପରିବର୍ତ୍ତନ

Share this: