Covid-19 Odisha Updates: ଆଜି ୨୧ ଜିଲ୍ଲାରୁ ୮୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଆଜି ୨୧ ଜିଲ୍ଲାରୁ ୮୬ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୫ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି, ଅନୁଗୋଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵରରୁ ୭ ଜଣ, ବରଗଡ଼ରୁ୪ ଜଣ,ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ, କଟକରୁ ୫ ଜଣ, ଦେଓଗଡରୁ ୨ଜଣ, ଗଜପତିରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ,କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୫ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୧୦ ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୩ ଲକ୍ଷ ୪୪୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୭ ହଜାର ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୩ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୪ ହଜାର ୪୬୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୭୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Odisha Assembly Updates: ଯୋଗ୍ୟତା ଭିତ୍ତିରେ ଆନ୍ଦୋଳନରତ ଏଏନ୍‍ଏମ୍‍ଙ୍କୁ ମିଳିବ ନିଯୁକ୍ତି

[amazon_auto_links id=”9932″]

Share this: