Corona Cases Odisha: ୭ ଜିଲ୍ଲାରୁ ୧୪ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Odisha Today ଗତକାଲି ରାଜ୍ୟରୁ ୧୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଗୁରୁବାର ୭ଜିଲ୍ଲାରୁ ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ଜଣେ, ଗଜପତିରୁ ୨ଜଣ, ଯାଜପୁରରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡ଼ାରୁ ୨ଜଣ, ସମ୍ବଲପୁରରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୪ ଲକ୍ଷ ୮୫ ହଜାର ୯୮୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୯୩୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *