Covid19 Odisha: ରାଜ୍ୟର ସମସ୍ତ ଜିଲ୍ଲାକୁ ବ୍ୟାପିଲା କରୋନା, ଆଜି ୫୭୬ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାର ସମସ୍ତ ୩୦ ଜିଲ୍ଲାକୁ କରୋନା ଛୁଇଁଲା କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୫୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ରେକର୍ଡ ସଂଖ୍ୟକ ୫୭୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୬୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୩୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ୨୦୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳଋ ଜଣେ, ବାଲେଶ୍ଵରରୁ ୧୬ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ଜଣେ, କଟକରୁ ୧୧୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୮ଜଣ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୫ଜଣ, କେନ୍ଦ୍ରାପଡାରୁ ୩ଜଣ, କେଉଁଝରରୁ ୪ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୨୦ଜଣ, ସୁନ୍ଦରଗଡରୁ ୪୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୨ ଲକ୍ଷ ୨୯ ହଜାର ୬୯୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୩ ହଜାର ୫୦୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୧ହଜାର ୨୯୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦୨୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

Read Also | Odisha Weather Report: ସୃଷ୍ଟି ହେଲା ଲଘୁଚାପ, ୪ ଦିନ ପ୍ରବଳ ବର୍ଷା

Share this:

Leave a Reply

Your email address will not be published. Required fields are marked *