ଓଡ଼ିଶାରେ ପୁଣି ରେକର୍ଡ ସଂଖ୍ୟକ ନୂଆ ୧୮୭୬ ଜଣ କରୋନା ପଜିଟିଭ ଚିହ୍ନଟ,ମୋଟ ୫୦ ହଜାର ପାର
ଭୁବନେଶ୍ଵର:ରାଜ୍ୟରେ ଆଜି ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୧୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୯୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ୨୯୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ରୁ ୨୬୦ ଜଣ, କଟକରୁ ୧୦୯ ଜଣ,କନ୍ଧମାଳ ଜିଲ୍ଲାରୁ ୩୦ ଜଣ,କୋରାପୁଟରୁ ୭୭ ଜଣ, କେନ୍ଦ୍ରାପଡ଼ାରୁ ୫୮ଜଣ ,କେଉଁଝରରୁ ୨୧ଜଣ ଓ କଳାହାଣ୍ଡିରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୬ ଜଣ ,ସୁନ୍ଦରଗଡ଼ ରୁ ୧୧୯ ଜଣ ଓ ସୋନପୁର ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡା ଜିଲ୍ଲା ରୁ ୯୮ ଜଣ, ଯାଜପୁର ଜିଲ୍ଲାରୁ ୫୩ ଜଣ ,ଜଗତସିଂହପୁରରୁ ୨୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୫ଜଣ, ବାଲେଶ୍ଵରରୁ ୮୧ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୩୧ ଜଣ ,ବୌଦ୍ଧଜିଲ୍ଲା ରୁ୧୦ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୫୦ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭୧ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୮୦ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୦୫ ଜଣ ,ନବରଙ୍ଗପୁରରୁ ୩୦ ଜଣ ଓ ନୂଆପଡ଼ା ରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୩୬ ଜଣ,ଦେଓଗଡ ରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୭୦ ଜଣ ଓ ମାଲକାନଗିରିରୁ ୨୪ ଜଣ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୭ ଲକ୍ଷ ୨୪ ହଜାର ୩୫୪ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୫୦ ହଜାର ୬୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ହଜାର ୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ୧୫ ହଜାର ୫୦୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।