Breaking NewsCORONA UPDATESଓଡ଼ିଶା

Covid19 OdishaUpdate: ଆଜି ପୁଣି ରାଜ୍ୟରେ ୪,୨୭୦ କରୋନା ପଜିଟିଭ ଚିହ୍ନଟ,୧୧ଜଣ ମୃତ

Share this:

ଭୁବନେଶ୍ଵର: ଓଡ଼ିଶାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି।  ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୪ ହଜାର ୨୭୦ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨ହଜାର ୪୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧,୭୯୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୭୬ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୬୩ ଜଣ, କଟକରୁ ୩୭୪ ଜଣ, କନ୍ଧମାଳ ଜିଲ୍ଲାରୁ ୭୩ ଜଣ, କୋରାପୁଟରୁ ୮୩ ଜଣ, କେନ୍ଦ୍ରାପଡ଼ାରୁ ୯୯ ଜଣ, କେଉଁଝରରୁ ୮୭ ଜଣ ଓ କଳାହାଣ୍ଡିରୁ ୪୪ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୧୪ଜଣ, ସୁନ୍ଦରଗଡ଼ରୁ ୩୮ ଜଣ ଓ ସୋନପୁର ଜିଲ୍ଲାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଯାଜପୁର ୧୬୨ଜଣ, ଜଗତସିଂହପୁରରୁ ୧୮୮ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୧୨୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୮୩ ଜଣ, ବାଲେଶ୍ଵରରୁ ୧୫୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯୭ ଜଣ, ବୌଦ୍ଧରୁ ୨୨ ଜଣ ଏବଂ ଭଦ୍ରକରୁ ୫୫ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୫୮ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୨୮୭ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୪୭ ଜଣ, ନବରଙ୍ଗପୁରରୁ ୮୬ ଜଣ ଓ ନୂଆପଡ଼ାରୁ ୧୧୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୬୩ ଜଣ, ଦେଓଗଡରୁ ୧୮ ଜଣ, ରାୟଗଡାରୁ ୮୦ଜଣ, ଅନୁଗୋଳରୁ ୧୪୭ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୩୧ ଜଣ ଏବଂ ମାଲକାନଗିରିରୁ ୬୪ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୬୨ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ADVERTISEMENT

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୫ ଲକ୍ଷ ୬୭  ହଜାର ୭୭୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧ ଲକ୍ଷ ୬୨ ହଜାର ୯୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧ ଲକ୍ଷ ୨୫ହଜାର ୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୬ ହଜାର ୪୭୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି ଓଡ଼ିଶାରେ ଆଜି କରୋନାରେ ୧୧ ଜଣଙ୍କ ମୃତ୍ୟୁ, ମୋଟ ମୃତ୍ୟୁସଂଖ୍ୟା  ୬୫୬ କୁ ବୃଦ୍ଧି ହୋଇଛି।  

Also Read:

Mega Food Park: ରାୟଗଡ଼ାରେ ୨୧୨୪ ଜଣଙ୍କୁ ମିଳିବ ନିଯୁକ୍ତି

Covid19 Angul Update: ଅନୁଗୋଳ ଜିଲ୍ଲାରୁ ରେକର୍ଡ ସଂଖ୍ୟକ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ

Share this: