Corona: ଆଜି ଓଡ଼ିଶାରୁ ଆଉ ୪୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ସର୍ବାଧିକ ସଂଖ୍ୟକ ୪୭ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୮୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ନୟାଗଡ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ, ପୁରୀ ଏବଂ ସୁନ୍ଦରଗଡରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଅନୁଗୁଳ, ଯାଜପୁର ଏବଂ  କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, ଢେଙ୍କାନାଳ, ଗଜପତି, ଜଗତସିଂପୁର, ଝାରସୁଗୁଡା, କଳାହାଣ୍ଡି, ମୟୁରଭଞ୍ଜ ଏବଂ ନୂଆପଡ଼ା ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୪ ଲକ୍ଷ ୮୬ ହଜାର ୮୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୯୭ ହଜାର ୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୬୪୪ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୬୦ହଜାର ୧୪୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩ ହଜାର ୧୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Odisha Matric Result:ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ , ୯୭.୮୯ ପ୍ରତିଶତ ପାସ୍, ଛାତ୍ରୀମାନେ ଆଗରେ

Share this: