Panchayat Election Odisha: ସାମ୍ବାଦିକମାନଙ୍କୁ ହେଉଥିବା ଆକ୍ରମଣକୁ ନିର୍ବାଚନ କମିଶନ ଗୁରୁତ୍ୱର ସହ ନିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ  

Share this:

ଭୁବନେଶ୍ଵର: Panchayat Election Odisha ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସମୟରେ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Minister of Education and Minister of Skill Development & Entrepreneurship-Dharmendra Pradhan)।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‍ କରି କହିଛନ୍ତି, ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ (Media) ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ । ସେ ଟୁଇଟ୍‍ କରି କହିଛନ୍ତି, ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭଳି ଆଜି ମଧ୍ୟ ଅନେକ ସ୍ଥାନରେ ହିଂସା ଓ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖାଯାଇଛି। ବିଶେଷକରି, ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣର ଦୃଶ୍ୟ ତାଙ୍କୁ ବ୍ୟଥିତ କରିଛି ବୋଲି ସେ କହିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ରାଜନୀତିରେ ହିଂସାର ସ୍ଥାନ ନାହିଁ। ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମ ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନ୍‍ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ୱବାଚୀ ସୃଷ୍ଟି କରୁଛି। ପ୍ରଶାସନର ଦାୟିତ୍ୱ ହେଉଛି ଲୋକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା। ଶ୍ରୀ ପ୍ରଧାନ ନିର୍ବାଚନୀ ହିଂସା ଓ ସାମ୍ବାଦିକମାନଙ୍କ ଉପରେ ହେଉଥିବା ଆକ୍ରମଣକୁ ନିର୍ବାଚନ କମିଶନ ଗୁରୁତ୍ୱର ସହ ନେଇ କଠୋର ପଦକ୍ଷେପ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।

Share this: