Covid-19 Odisha:ରାଜ୍ୟରୁ ଆଜି କରୋନାରେ ଆଉ ୧୧ଜଣଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୦୫୪

Share this:

ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମିତ (Corona Virus) ଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଜି ୧୧ ଜଣ କରୋନା ସଂକ୍ରମିତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଜୀବନ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ଆଜି ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ଜଣ, ସୁନ୍ଦରଗଡ଼ରୁ ୨ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। କରୋନାରେ ୨୦୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Also Read | Covid19 Odisha: ବଢିଲା ଚିନ୍ତା! ଓଡ଼ିଶାରେ ଆଜି ୧୦ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

Share this: