Corona: ଆଜି ଓଡ଼ିଶାରୁ ଆଉ ୪୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୪ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୭୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ ଏବଂ ପୁରୀରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ, ସୁନ୍ଦରଗଡ଼ ଏବଂ କେନ୍ଦ୍ରାପଡ଼ାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ନୟାଗଡ ଏବଂ ସମ୍ବଲପୁରରୁ ୨ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।  ଭଦ୍ରକ, ଢେଙ୍କାନାଳ କନ୍ଧମାଳ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୩ ଲକ୍ଷ ୫୩ ହଜାର ୧୩୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୯୦ ହଜାର ୫୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪ ହଜାର ୫୨ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୫୩ ହଜାର ୧୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩ ହଜାର ୭୭୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆହୁରି ୫ ମାସ ମିଳିବ ମାଗଣା ରାସନ,ମିଳିଲା କ୍ୟାବିନେଟ୍ ମଞ୍ଜୁରି

Share this: