Odisha Weather Report: ରାଜ୍ୟରେ ଆଉ ୩ ଦିନ ପ୍ରବଳ ବର୍ଷା

Share this:

ବଡଖବର:

  • ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରେ ହେବ ପ୍ରବଳ ବର୍ଷା।

ଭୂବନେଶ୍ଵର: Odisha Weather Report. Heavy rains all over Odisha ଓଡ଼ିଶାରେ ମୌସୁମୀ ପ୍ରବାହରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତକାଲି ସଂଧ୍ୟାରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ଭୁବନେଶ୍ୱର, ପୁରୀ, ଖୋର୍ଦ୍ଧା ସମେତ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ସଂଧ୍ୟା ସୁଦ୍ଧା ଏହା ଆହୁରି ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନା ଅନୁସାରେ ଆଜି ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Read Also | Covid Cases in Odisha: ଓଡ଼ିଶାରେ କମୁନି କରୋନା ସଂକ୍ରମଣ, ଆଜି ନୂଆ ୭୩୦ ଚିହ୍ନଟ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *