Odisha Weather Report Updates: ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା,୧୧ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

rain
Share this:

ଭୂବନେଶ୍ଵର: Odisha Weather Latest Report Updates ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ତେବେ ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧିପାଇବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା,ନୟାଗଡ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Share this:

Leave a Reply

Your email address will not be published.