Odisha Weather Report : ପ୍ରବଳ ବର୍ଷାକୁ ନେଇ କେତେକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

Share this:

ଭୂବନେଶ୍ଵର: Odisha Weather Latest Report Updates ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ପୁରୀ, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୮ ତାରିଖ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ
ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବା ନେଇ ଅନୁମାନ କରାଯାଇଛି। ସୂଚନା ଅନୁସାରେ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ତ୍ତମାନ ମୌସୁମୀ (Monsoon) ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ମଧ୍ୟ ଆକଳନ କରିଛି ପାଣିପାଗ ବିଭାଗ। ଏଥିସହିତ ୧୩ ତାରିଖ ଯାଏଁ ଓଡିଶା ଉପକୂଳ ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Read Also | Cyber Fraud Odisha: ପିଲା ପାଠପଢୁଥିବା ମୋବାଇଲରେ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ରଖନ୍ତୁ ନାହିଁ: ଆଇଟି ମନ୍ତ୍ରୀ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *