Breaking Newsଜାତୀୟ

ଦେଶରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୧ ହଜାରରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ହାର ୬୭.୧୯ %

Share this:

ନୂଆଦିଲ୍ଲୀ : ଗତ ୨୪ଘଣ୍ଟା ମଧ୍ୟରେ ଦେଶ କରୋନା ସୁସ୍ଥତା ହାରରେ ରେକର୍ଡ ସୃଷ୍ଟି କରିଛି । ଗୋଟିଏ ଦିନରେ ୫୧ ହଜାର ୭୦୬ ଜଣ ରୋଗୀ ସୁସ୍ଥ ହେବାରୁ ସୁସ୍ଥତା ହାର ଏପର୍ଯ୍ୟନ୍ତର ସର୍ବାଧିକ ୬୭.୧୯ ପ୍ରତିଶତରେ ପହଞ୍ଚିଛି। ଦିନକୁ ଦିନ ଏହା ବୃଦ୍ଧି ପାଇବାରେ ଲାଗିଛି। 

ଏପର୍ଯ୍ୟନ୍ତ ୧୨ଲକ୍ଷ ୮୨ ହଜାର ୨୧୫ ଜଣ ସୁସ୍ଥ ହୋଇଛନ୍ତି ଯାହାକି ସକ୍ରିୟ ମାମଲାଠାରୁ ଦୁଇଗୁଣରୁ ମଧ୍ୟ ଅଧିକ। ରୋଗୀମାନଙ୍କ ସୁସ୍ଥତା ହାର ବୃଦ୍ଧି ପାଇବାରେ ଲାଗିଛି । ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ପଦ୍ଧତିକୁ ପାଥେୟ କରିବାରୁ ଏହି ଆକାଂକ୍ଷିତ ଫଳ ମିଳିପାରିଛି। ଦ୍ରୁତ ନମୁନା ପରୀକ୍ଷା, ହସ୍ପିଟାଲ ଭିତ୍ତିଭୂମିର ବିକାଶ ଯୋଗୁଁ ସୁସ୍ଥତା ହାର ଗତ ୧୪ ଦିନ ମଧ୍ୟରେ ଶତକଡା ୬୩ ରୁ ୬୭କୁ ବୃଦ୍ଧି ପାଇଛି। ସୁସ୍ଥତା ହାରରେ ନିୟମିତ ଉନ୍ନତି ଯୋଗୁଁ ସୁସ୍ଥ ଓ ସକ୍ରିୟ ରୋଗୀଙ୍କ ମଧ୍ୟରେ ପାର୍ଥକ୍ୟ ପାଖାପାଖି ୭ ଲକ୍ଷରେ ପହଞ୍ଚିଛି। ପ୍ରତ୍ୟେକ ଦିନ ରେକର୍ଡ ସଂଖ୍ୟକ ରୋଗୀ ସୁସ୍ଥ ହେଉଥିବାରୁ ସକ୍ରିୟ ରୋଗୀଙ୍କ ସଂଖ୍ୟା୫ ଲକ୍ଷ ୮୬ ହଜାର୨୪୪କୁ  ଖସି ଆସିଛି ଓ ସେମାନେ ଡାକ୍ତରୀ ତତ୍ଵାବଧାନରେ ଅଛନ୍ତି।

ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମନ୍ଵୟ ଯୋଗୁଁ ମୃତ୍ୟୁ ହାର ମଧ୍ୟ ବିଶ୍ଵର ଅନ୍ୟାନ୍ୟ ଦେଶ ତୁଳନାରେ କମ ରହିଛି ଯାହା ବର୍ତ୍ତମାନ ୨.୦୯% ରେ ପହଞ୍ଚିଛି ।

Share this: