Water Supply: ପାନୀୟ ଜଳଯୋଗାଣରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର: ଚଳିତ ଗ୍ରୀଷ୍ମଋତୁରେ ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପାନୀୟ ଜଳଯୋଗାଣ (Drinking Water Supply) ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik) ନିର୍ଦ୍ଦେଶ ଦେଇଛନ୍ତି।
ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଶତପ୍ରତିଶତ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ଖୁବ୍ ଶୀଘ୍ର ଗ୍ରୀଷ୍ମ ଋତୁ ଆସିଛି ଏବଂ ଏବର୍ଷ ପୂର୍ବାପେକ୍ଷା ଅଧିକ ଗରମ ହେବାର ସମ୍ଭାବନା ରହିଛି। ତେଣୁ ଅଧିକ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ନିୟମିତ ପାନୀୟ ଜଳ ସମସ୍ୟା ଥିବା ଅଞ୍ଚଳଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ପ୍ରତିକାରମୂଳକ ପଦକ୍ଷେପ ନେବାକୁ କହିଛନ୍ତି।
ଲୋକଙ୍କୁ ଉତ୍ତମମାନର ପାନୀୟ ଜଳ ଯୋଗାଇଦେବା ହେଉଛି ରାଜ୍ୟ ସରକାରଙ୍କର ପ୍ରାଥମିକତା ଏବଂ ଖରାଦିନେ ଏହାରା ଗୁରୁତ୍ୱ ବହୁତ ଅଧିକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ଉତ୍ତମ ରୂପେ ତଦାରଖ କରି ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
[amazon_auto_links id=”10233″]