MCL ସହାୟତାରେ ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ୨ଟି କେନ୍ଦ୍ରୀୟ ବିଦ୍ୟାଳୟ ହେବ ପ୍ରତିଷ୍ଠା:ଧର୍ମେନ୍ଦ୍ର ପ୍ରଧାନ

Share this:

ଅନୁଗୁଳ: ଅନୁଗୁଳ (Angul) ଓ ସୁନ୍ଦରଗଡ଼ (Sundergargh) ଜିଲ୍ଲାରେ ୨ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ (Kendriya Vidyalaya) ପ୍ରତିଷ୍ଠା ହେବ। ମହାନଦୀ କୋଲ ଫିଲ୍ଡ ବୋର୍ଡ (MCL Board ) ଏହି ୨ ବିଦ୍ୟାଳୟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛି। ଏଥିପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ (Prahlad Joshi) ଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ(Dharmendra Pradhan) ଧନ୍ୟବାଦ ଜଣାଇଛନ୍ତି।

ସୂଚନାଯୋଗ୍ୟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ଢ଼େଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଏମ୍‍ସିଏଲ୍‍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପତ୍ର ଲେଖିଥିଲେ। ଏହି ପତ୍ରର ଉତ୍ତରରେ ଶ୍ରୀ ଯୋଶୀ ଜଣାଇଛନ୍ତି ଯେ ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରା, ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏମ୍‍ସିଏଲ୍‍ ବୋର୍ଡ ଅନୁମୋଦନ ଦେଇଛି। ପ୍ରାଥମିକ ଶିକ୍ଷା ସ୍ତରରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ୨୦୨୦ର ମୁଖ୍ୟ ଏଜେଣ୍ଡା ରହିଛି।

ଏହି ଖଣି ଖାଦାନ ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Also Read | Talcher:ତାଳଚେରରେ ଚାକିରି ନାଁରେ ଠକେଇ, ବାପ ପୁଅ ଗିରଫ

Share this:

Leave a Reply

Your email address will not be published. Required fields are marked *