Covid-19 Odisha Updates: ରାଜ୍ୟରେ ଆଜି ୧୫ଜିଲ୍ଲାରୁ ୬୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଆଜି ୧୫ଜିଲ୍ଲାରୁ ୬୯ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳରୁ ୫ଜଣ, ବାଲେଶ୍ଵରରୁ ୬ଜଣ,  ବଲାଙ୍ଗୀରି ଜିଲ୍ଲାରୁ ଜଣେ, କଟକରୁ ୧୧ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ଜଣେ, କେଉଁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟରୁ ଜଣେ,ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୧୪ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୫ଲକ୍ଷ ୩୫ହଜାର ୬୫୭ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୭ହଜାର ୯୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୨ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫  ହଜାର ୨୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read |Covid19 India: ଭାରତରେ ପୁଣି ଦ୍ରୁତ ଗତିରେ ବଢୁଛି କରୋନା ମାମଲା, WHOର ଚେତାବନୀ

Share this: