Latest News of Odisha Cyclone: ଆସୁଛି ବାତ୍ୟା, ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ
ଭୁବନେଶ୍ଵର: Latest News of Odisha Cyclone ଆସୁଛି ପୁଣି ଏକ ବାତ୍ୟା। ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ବିଷୁବ ରେଖା ନିକଟସ୍ଥ ଭାରତ ମହାସାଗର ଏବଂ ଏହା ସଂଲଗ୍ନ ମାଲକ୍କା ଷ୍ଟ୍ରେଟ୍ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ଉତ୍ତର ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରି ୮ ତାରିଖ ସୁଦ୍ଧା ଉପକୂଳ ଛୁଇଁବା ଅନୁମାନ କରାଯାଉଛି।
ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟାର (Latest News of Odisha Cyclone) କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିବା ସହ କେତେକ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହୋଇଛି। ଏଥିସହିତ ମାଲକାନଗିରିଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୨.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡ଼ି ଓ ଜି.ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ଵର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିବା ସହ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ପରିଲକ୍ଷିତ ହେବ। ଫଳରେ ଏହି ସମୟ ମଧ୍ୟରେ ରାଜ୍ୟର ରାତିର ତାପମାତ୍ରା ଦୁଇ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବା ସମ୍ଭାବନା ରହିଛି।
You Might Also Like It