Odisha Weather Report: ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର: Odisha Weather Report ଓଡ଼ିଶାରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ସହିତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିଥିବାରୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି।
ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ କଟକ, ଅନୁଗୁଳ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ, ଦେବଗଡ଼, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଚଳିତ ୬ ତାରିଖରେ ଏହା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଅପରକ୍ଷପରେ ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Read Also | Covid Cases Odisha: ଆଜି ରାଜ୍ୟରୁ ୭ କରୋନା ସଂକ୍ରମିତ ଚିହ୍ନଟ